ଆଜିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଲଘୁଚାପରେ ପରିଣତ ହୋଇଛି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବ । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବ । ତେବେ ଗଞ୍ଚାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ଆସନ୍ତାକାଲି କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେଣୁ ଏସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହ ପବନ ହେବାକୁ ଥିବାରୁ ମତ୍ସଜୀବୀଙ୍କୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନଯିବାକୁ କୁହାଯାଇଛି । ତେବେ ଶୁକ୍ରବାର ସୁଦ୍ଧା ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖାଦେବ ।