ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର:ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି। ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ବର୍ଷା ଜନିତ ସ୍ଥିତି ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ଏସଆରସି।