ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗର ସୃଷ୍ଟି ଲଘୁଚାପ ଲୋ ପ୍ରେସର’ରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଏହାସହ ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ରହିଥିବା ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ଏହା ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଳ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁୁ ସତର୍କ ସୂଚନା ଜାରି କରାଯାଇଛି ।

ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା, ଅନୁଗୁଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର ଏବଂ ମାଲକାନଗିରିର ବହୁ ସ୍ଥାନରେ ରବିବାର ମଧ୍ୟାହ୍ନ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା ଏବଂ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କଟକ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।