ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ୨୦ରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ।

ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର ପଶ୍ଚିମ ଗତି ସମୟରେ ଉତ୍ତର ଓଡ଼ିଶାରେ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ୧୯ରେ ନବରଙ୍ଗପୁର, କୋରାପୁଟ, ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।