ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ଏହି ସମସ୍ତ ଜିଲ୍ଲା ପାଇଁ ଆସନ୍ତାକାଲି ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ଗୁରୁବାର ଅପରାହ୍ଣ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ଢ଼େଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନ୍ରାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ଏହି ସମସ୍ତ ଜିଲ୍ଲା ପାଇଁ ଗୁରୁବାର ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଏଥିସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟ ଭିଜିବ। ଏବଂ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ରୁ ୧୧ ତାରଖ ମଧ୍ୟରେ ମୌସୁମୀ ପହଞ୍ଚିବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।