୨୦୩୬ ଯାଏଁ ଭାରତୀୟ ହକି ଦଳର ଓଡିଶା ପ୍ରାୟୋଜକ ରହିବ

ଭାରତୀୟ ହକି ଦଳର ୨୦୩୬ ଯାଏଁ ଓଡିଶା ପ୍ରାୟୋଜକ ରହିବ । ୨୦୩୬ ଯାଏଁ ପ୍ରାୟୋଜକ ହେବାକୁ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ୨୦୩୩ ଯାଏଁ ପ୍ରାୟୋଜକ ହେବାର ଥିଲା । ଆଉ ୩ ବର୍ଷ ପ୍ରାୟୋଜକ ହେବା ନେଇ ସରକାର ଘୋଷଣା କରିଛନ୍ତି । ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡିଶା ।

ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା । ଭାରତୀୟ ହକିର ସ୍ପନସରସିପ୍ କୁ ଆଉ ୩ ବର୍ଷ ବୃଦ୍ଧି କରାଯିବ । ଶୁକ୍ରବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି ।