ପୁଣି ଜଣେ କରୋନା ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଂଚିଲା

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଝାରସୁଗଡ଼ା ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଂଚିଛି।