ଭୁବନେଶ୍ୱର : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ଯାଜପୁର ଜିଲ୍ଲା ୫୮ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।