ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।

ଏହି ମୃତକଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି କୁହାଯାଇଛି। ସେ ଜଣେ ୬୩ ବର୍ଷିୟ ବ୍ୟକ୍ତି ବୋଲି ବି ସୂଚନା ମିଳିଛି। କରୋନା ବ୍ୟତୀତ ସେ ମଧୁମେହ ଓ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।