ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ମୃତକଜଣକ ଗଞ୍ଜାମ ଜିଲ୍ଲାର ବୋଲି କୁହାଯାଇଛି। ସେ ଜଣେ ୫୫ ବର୍ଷିୟ ପୁରୁଷ ବୋଲି ବି ସୂଚନା ମିଳିଛି। କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।