ଭୁବନେଶ୍ୱର : ରାଜ୍ୟରେ ଆଜି ସକାଳୁ ସବୁଠୁ ବଡ଼ ଖବର ଆସି ପହଂଚିଛି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ରାଜ୍ୟରେ ଆଜି ୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି ।
ଆଜି କରୋନାରେ ମୃତ୍ୟୁ ଘଟିଥିବା ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସ୍ପଷ୍ଟ ହୋଇଛି । ପୂର୍ବରୁ ରାଜ୍ୟରେ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହା ରାଜ୍ୟରେ ସପ୍ତମ କରୋନା ମୃତ୍ୟୁ । ଗଞ୍ଜାମ ଜିଲ୍ଲାରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୩ ହୋଇଛି ।