ଗଞ୍ଜାମରୁ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାରୁ ପୁଣି  ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୮୮ରେ ପହଂଚିଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗଞ୍ଜାମର ଏହି  ଆକ୍ରାନ୍ତଜଣକ ୨୬ବର୍ଷିୟ ଯୁବକ ହୋଇଥିବା ବେଳେ ସେ ସୁରଟରୁ ଫେରି ସଙ୍ଗରୋଧରେ ରହିଥିଲେ। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ରେ ପହଂଚିଛି ।