ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି। ଏଣେ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୧ରେ ପହଂଚିଛି।