ଅନଲାଇନ୍ ରେ ପାଠ ପଢ଼ିବେ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ଯୋଗୁଁ ଶିକ୍ଷାକ୍ଷେତ୍ର ପ୍ରଭାବିତ ହୋଇଛି । ଏଣୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଅନଲାଇନ୍ ରେ ପାଠ ପଢ଼ିବେ ।ଏବର୍ଷ ଦଶମ ଶ୍ରେଣୀକୁ ଉତୀର୍ଣ୍ଣ ହେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଅନଲାଇନରେ ଶିକ୍ଷା । ୧୪ ତାରିଖ ପରେ ପ୍ରସ୍ତୁତ ହେବ ବ୍ଲୁ ପ୍ରିଂଟ । ଛାତ୍ରଛାତ୍ରୀଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ ଯେଉଁ ଛାତ୍ରଛାତ୍ରୀମାନେ ଦଶମ ଶ୍ରେଣୀକୁ ଉତୀର୍ଣ୍ଣ ହେବେ ସେମାନଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବ । ଦୀକ୍ଷା ଆପ୍ ଜରିଆ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ଅନଲାଇନ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯିବ ।  ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ସହିତ ଯୋଡି ରଖିବା ପାଇଁ ଏହି ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ସମୀର ରଂଜନ ଦାଶ ।

ଗଣଶିକ୍ଷା ମନ୍ତ୍ରୀଙ୍କ କହିବା ଅନୁସାରେ, କରୋନା ଯୋଗୁଁ ଚଳିତ ବର୍ଷର ସ୍କୁଲ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଦୀକ୍ଷା ଆପ୍ ସାହାଯ୍ୟରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯିବ । ଆସନ୍ତା ୧୪ ତାରିଖ ପରେ ବିଭାଗ ଦ୍ୱାରା କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ବ୍ଲୁପ୍ରିଂଟ ପ୍ରସ୍ତୁତ କରାଯିବ । ଏଭଳି ଅନଲାଇନ ଶିକ୍ଷା ଦ୍ୱାରା ଛାତ୍ରଛାତ୍ରୀ ଲାଭବାନ ହେବେ ବୋଲି ଆଶା କରାଯାଉଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।