ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପୁଣିଥରେ ଦେଶରେ ବିଜେପି ସରକାର ଗଠନ କରିବ। ଅର୍ଥାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୫ ବର୍ଷ ପାଇଁ ପୁଣିଥରେ କ୍ଷମତା ଦଖଲ କରିବେ। ଚୂଡ଼ାନ୍ତ ଫଳଫଳ ଆସିବା ପୂର୍ବରୁ ବିଭିନ୍ନ ଦେଶର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଟ୍ୱିଟ୍‌ ଏବଂ ଚିଠି ଲେଖି ମୋଦିଙ୍କୁ ଶୁଭେଚ୍ଛା ଜଣାଇବାରେ ବ୍ୟସ୍ତ ରହିଛନ୍ତି। ଏହି କ୍ରମରେ ଭାରତର ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନର ପ୍ରଧାନମନ୍ତ୍ରୀ ମଧ୍ୟ ମୋଦିଙ୍କ ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।