ପାରଳାଖେମୁଣ୍ଡି ମହାରାଜଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପାରଳାଖେମୁଣ୍ଡି ମହାରାଜ ଗୋପୀନାଥ ଗଜପତିଙ୍କ ଦେହାନ୍ତ । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ଦୀର୍ଘ ଦିନରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ ମହାରାଜ । ଆଜି ସକାଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ଗଜପତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ମହାରାଜା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରୁ ୨ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ ଏବଂ ତାଙ୍କ ମୃତ୍ୟୁ ଓଡିଶା ପାଇଁ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ରାଜକୀୟ ସମ୍ମାନ ସହ ପାରଳା ମହାରାଜାଙ୍କ ଶେଷକୃତ୍ୟ ସମ୍ପର୍ନ୍ନ ହେବ । ଶେଷକୃତ୍ୟ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉପସ୍ଥିତ ରହିବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।