ପରୀ ହତ୍ୟା ମାମଲା : ନୟାଗଡ଼ ଥାନା ଆଇଆଇସିଙ୍କୁ ନିଲମ୍ବନ ଓ ଏସଡିପିଓଙ୍କୁ ବଦଳି

ଭୁବନେଶ୍ବର : ପରୀ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ । ବହୁଚର୍ଚ୍ଚିତ ନୟାଗଡ଼ ପରୀ ମୃତ୍ୟୁ ମାମଲାରେ ପୋଲିସ ଡିଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ନୟାଗଡ଼ ଥାନାଧିକାରୀ ରୀତାରାଣୀ ସାହୁଙ୍କୁ ନିଲମ୍ବନ କରାଯାଇଛି । ସେହିଭଳି ନୟାଗଡ଼ ଏସଡିପିଓ ନିରଞ୍ଜନ ପାଢ଼ୀଙ୍କୁ ବଦଳି କରାଯାଇଛି । ନିରଞ୍ଜନଙ୍କୁ ଡିଏସପି କନ୍ଧମାଳ ଦାୟିତ୍ୱ ଦିଆଯାଇଥିବା ଡିଜିପିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆଇଆଇସି ରୀତାରାଣୀ ପରୀ ମା’ଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହେବା ପରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଏହି ପଦକ୍ଷେପ ନେଇଛନ୍ତି ।

pari death case nayagarh iic suspends

ସୂଚନାଯୋଗ୍ୟ, ଗତ ଜୁଲାଇ ୧୪ ତାରିଖରେ ପରୀ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନଥିଲା। ଝିଅକୁ ନ ପାଇ ପରିବାର ପକ୍ଷରୁ ସଦର ଥାନାରେ ଏତଲା ଦିଆଯାଇଥିଲା। ଏଭଳି ସ୍ଥିତିରେ ସେହି ମାସ ୨୩ରେ ପରୀ ଶବ ଉଦ୍ଧାର ହୋଇଥିଲା। ଦୀର୍ଘ ୪ ମ‌ାସ ଧରି ପୁଲିସ ଅନୁସନ୍ଧାନ କରୁଥିବା କହୁଥିଲେ ମଧ୍ୟ ହତ୍ୟାକାରୀ ନିକଟରେ ପହଞ୍ଚିବାକୁ ଫେଲ୍‌ ମାରିଥିଲା।  ଏଭଳି ସ୍ଥିତିରେ ପରୀ ବାପା, ମା’ ଗତ ୨୪ ତାରିଖରେ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ସରକାର ପ୍ରଥମେ କ୍ରାଇମବ୍ରାଞ୍ଚ, ପରେ ଏସଆଇଟି ଗଠନ କରି ତଦନ୍ତ କରିବାକୁ  ନିର୍ଦ୍ଦେଶ ଦେଇଛନ୍ତି ।

pari death case nayagarh iic suspends