ପିପିଲି ଉପ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ଵର : କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ । ଗତ କିଛି ଦିନ ତଳେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ । ଏହା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସେ ନିଜ ଫେସବୁକ୍ ପେଜ୍‌ରେ ସୂଚିତ  କରିଥିଲେ ।  କିନ୍ତୁ  ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି । ଅଜିତ୍‌ଙ୍କ ପରଲୋକ ଘଟଣା ସମ୍ପର୍କରେ ଜାଣିବା ପରେ ଜଣେ ପରେ ଜଣେ କଂଗ୍ରେସ ନେତା ହସ୍ପିଟାଲରେ ପହଞ୍ଚିଛନ୍ତି । କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି, ରମେଶ ଜେନା ହସ୍ପିଟାଲ ପରିସରରେ ଉପସ୍ଥିତ । ଗତକାଲି ସେ ସୁସ୍ଥ ଥିବା ବେଳେ ଆଜି ଏଭଳି ଘଟଣା ଶୁଣିବାକୁ ମିଳୁଛି ବୋଲି କହିଛନ୍ତି ତାରା ପ୍ରସାଦ ବାହିନୀପତି ।

ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଖବର ଜଣାପଡ଼ିବା ପରେ ବିଜୁ ଜନତା ଦଳ ମଧ୍ୟ ପ୍ରଚାର କାର୍ଯ୍ୟ ବନ୍ଦ କରିଛି ।

pipili congress candidate ajit mangaraj passed away