ରଜ ପରେ ପ୍ରକାଶ ପାଇବ +୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

ରାଜ୍ୟରେ ମୋଟ ୩,୬୫,୮୨୬ ଜଣ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଯୁକ୍ତ ଦୁଇ ପରୀକ୍ଷାର୍ଥି ପରୀକ୍ଷା ଦେଇଥିଲେ । ମେ ୧୦ ସୁଦ୍ଧା ଖାତା ମୂଲ୍ୟାୟନ ସରିଛି । ଜୁନ ୦୩ରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ତେବେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ରଜ ପରେ ପ୍ରକାଶ ପାଇବ । ଚଳିତ ମାସ ୧୪,୧୫,୧୬ ରଜ ଥିବାରୁ ୧୭ ଓ ୧୮ ତାରିଖରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଲକ୍ଷ୍ୟ ରଖିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।