ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ; ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଟ୍ବିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଟ୍ବିଟ୍‌ କରି କହିଛନ୍ତି, “ମୋ ମନ୍ତ୍ରିମଣ୍ଡଳର ସହକର୍ମୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଅଭିନନ୍ଦନ । ସେ ପେଟ୍ରୋଲିୟମ ଏବଂ ଇସ୍ପାତ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ପ୍ରଭାବଶାଳୀ ଅବଦାନ ରଖିଛନ୍ତି । ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ମୁଁ ପ୍ରାର୍ଥନା କରୁଛି”।