ନବୀନଙ୍କୁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ମୋଦୀ ଓ ଧର୍ମେନ୍ଦ୍ର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ନୂଆ ଟିମକୁ ମଧ୍ୟ ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାର ବିକାଶ ପାଇଁ କେନ୍ଦ୍ରର ସହଯୋଗ ରହିବ ବୋଲି ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି।ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୦ଟା ୪୫ମିନିଟରେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି।ନବୀନଙ୍କ ଶପଥ ପରେ ତାଙ୍କ କ୍ୟାବିନେଟ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀମାନେ ଶପଥ ପାଠ କରିଛନ୍ତି।