ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଆ ଓ ଇଂରାଜୀରେ ଟୁଇଟ୍‌ କରି ଲେଖିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମ ମଧ୍ୟ ଶ୍ରୀ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇ ଟୁଇଟ୍‌ କରିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ କରିବା ସହ ସୁସ୍ଥ ଓ ନିରାମୟ ଜୀବନ ଦିଅନ୍ତୁ।

ପଡ଼ୋଶୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଂରାଜୀ ଓ ବଙ୍ଗଳାରେ ଲେଖି ଟୁଇଟ୍‌ କରିଛନ୍ତି, ନବୀନ ବାବୁଙ୍କ (ପଟ୍ଟନାୟକ) ଜନ୍ମଦିନରେ ଅନେକ ଶୁଭେଚ୍ଛା। ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି।