ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ଆଜି ହେଉଛି ପଶ୍ଚିମ ଓଡିଶାର ନୂଆଁଖାଇ । ଏହି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟୁଇଟ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର ବୋଲି କହିଛନ୍ତି । ସେ ଉଭୟ ଇଂରାଜୀ ଓ ଓଡିଆ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ ଯୋଗେ ଲେଖିଛନ୍ତି, ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଓ ଉତ୍ତମସ୍ୱାସ୍ଥ୍ୟ କାମନା କରିଛନ୍ତି ।

ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରକ ଶୁକ୍ଲ ପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି। ନୂଆଁଖାଇକୁ ନବାନ୍ନ ପର୍ବ ମଧ୍ୟ କହିଥାନ୍ତି ।