ରେଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର : “ଭୁବନେଶ୍ୱରରୁ ଜଗଦଲପୁର ଏବଂ ଜୁନାଗଡକୁ ୨ଟି ପୃଥକ ପୃଥକ ଟ୍ରେନ୍ ଚାଲୁ”

 ଏହି ଦୁଇଟି ଟ୍ରେନ୍ ଚଳାଚଳ ଲାଗି ଭବାନୀପାଟଣା ଓ ଜୁନାଗଡ ଅଂଚଳର ଲୋକମାନେ ଦୀର୍ଘଦିନରୁ
ଦାବି କରି ଆସୁଥିଲେ
 ପ୍ରସ୍ତାବ ସ୍ୱୀକୃତ ହେଲେ ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଟ୍ରେନରେ ଯାତ୍ରୀ ଭିଡ ଅଧିକ ରହିବା ସହ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ

ଭୁବନେଶ୍ୱର: ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡକୁ ଦୁଇଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ କରିବା ଲାଗି ରେଳ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଦୁଇଟି ଟ୍ରେନ୍ଚ ଳାଚଳ ଲାଗି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ଜୁନାଗଡ ଅଂଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଶ୍ରୀ ପ୍ରଧାନ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଲେଖିଥିବା ତାଙ୍କ ପତ୍ରରେ ଦର୍ଶାଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍ରୁ ୧୦ଟି
ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି । ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି । ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍ ରାୟଗଡା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି ।


ଶ୍ରୀ ପ୍ରଧାନ କହିଛନ୍ତି ଯେ ଉପରୋକ୍ତ ବ୍ୟବସ୍ଥା ବିଶେଷ ଭାବରେ କଳାହାଣ୍ଡି ଟ୍ରେନ୍ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି । ଜଟିଳ ବ୍ୟବସ୍ଥା ସମ୍ପର୍କରେ ସଚେତନତା ନଥିବା ଯାତ୍ରୀମାନେ ଅନେକ ସମୟରେ ସଠିକ୍ବ ଗିରେ ଚଢିପାରୁନାହାନ୍ତି । ତେଣୁ ଉପରୋକ୍ତ ପ୍ରସ୍ତାବ ସ୍ୱୀକୃତ ହେଲେ ରାଜଧାନୀ ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟତ ଲାଗି ଯାତ୍ରୀଙ୍କ ଆଗ୍ରହ ଅଧିକ ଥିବାରୁ ଟ୍ରେନରେ ଯାତ୍ରୀ ଭିଡ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ । ଏହାବ୍ୟତିତ ଯାତ୍ରୀଙ୍କ ପାଇଁ ଅଧିକ ସଂଖ୍ୟକ ସଂରକ୍ଷିତ ବଗି ଉପଲ୨ ହୋଇପାରିବ । ତେଣୁ ଏହି ପ୍ରସ୍ତାବରେ ରେଳମବୀ ଶ୍ରୀ ପିୟୂଷ ଗୋଏଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିବା ପତ୍ରରେ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ।