ଅନୁଗୁଳ ନାଲକୋ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି କରାଯାଉ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଖଣି ଓ କୋଇଲା ମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଅନୁଗୁଳ ଜିଲ୍ଲା ସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି । ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି  ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି ।

 ନାଲକୋ ଆରମ୍ଭ କରୁଥିବା ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ମୂଲ୍ୟ ରହିଛି ୨୨ ହଜାର କୋଟି
 ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ ପ୍ରସ୍ତାବ
 ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ
 ଅନୁଗୁଳରେ ନାଲକୋ ଦ୍ୱାରା ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ ହୋଇଛି
 ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ
ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଯେ ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିପିପିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ ।
ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ ପତ୍ରରେ ପ୍ରସ୍ତାବ ଦେଇଛନ୍ତି ଶ୍ରୀ ପ୍ରଧାନ । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍‌ ଦକ୍ଷତା ଦ୍ୱାରା ଉପକୃତ ହେବ ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ।

png minister Letter to Coal Minister on nalco