ଦେଶରେ ସିଟି ଗ୍ୟାସ ବିତରଣରେ ପୁଞ୍ଜି ନିବେଶ ପାଇଁ ରୁଷକୁ ଆମନ୍ତ୍ରଣ – ଧର୍ମେନ୍ଦ୍ର ପ୍ରଧାନ

ରୁଷର ଉପ-ପ୍ରଧାନମନ୍ତ୍ରୀ  ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ବୈଠକ ଭୁବନେଶ୍ୱର: ରୁଷର ଉପ-ପ୍ରଧାନମନ୍ତ୍ରୀ ଏଚ୍.ଇ ୟୁରି ପି ତୃଟନେଭ ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ବୁଧବାର ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି...

ରୁଷର ଉପ-ପ୍ରଧାନମନ୍ତ୍ରୀ  ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ବୈଠକ

ଭୁବନେଶ୍ୱର: ରୁଷର ଉପ-ପ୍ରଧାନମନ୍ତ୍ରୀ ଏଚ୍.ଇ ୟୁରି ପି ତୃଟନେଭ ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ବୁଧବାର ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଭାରତ ଏବଂ ରୁଷ ମଧ୍ୟରେ ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ନୂଆ ସମ୍ଭାବନା ଖୋଜିବା ସହ ସହଯୋଗ ପାଇଁ ଗୁରୁତ୍ୱଆରୋପ କରାଯାଇଥିଲା ।
ଆଗାମୀ ଦିନରେ ଭାରତରେ ସିଟି ଗ୍ୟାସ ବିତରଣରେ ପୁଞ୍ଜି ନିବେଶ କରିବା ପାଇଁ ରୁଷର କମ୍ପାନୀ ମାନଙ୍କୁ ନିମବଣ କରାଯାଇଥିଲା ବୋଲି ଟ୍ୱିଟର ମାଧ୍ୟମରେ ଶ୍ରୀ ପ୍ରଧାନ ଜଣାଇଛନ୍ତି । ଏହାସହ ଭାରତ ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ରୁଷରେ ପୁଞ୍ଜି ନିବେଶ କରିବା ପାଇଁ ଇଚ୍ଛୁକ ଥିବା ମଧ୍ୟ ବୈଠକରେ ଆଲୋଚିତ ହୋଇଥିଲା । ପୂର୍ବ ରୁଷରୁ ଭାରତର ପୂର୍ବତଟ ପର୍ଯ୍ୟନ୍ତ ନୌ-ମାର୍ଗ ପ୍ରତିଷ୍ଠା ହେଲେ ଉର୍ଜା କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି କରାଯାଇପାରିବ ବୋଲି ବୈଠକରେ ଆଲୋକପାତ କରାଯାଇଥିଲା । ଏହାବ୍ୟତିତ ଏହି ବୈଠକରେ ରୁଷର ଉପ-ପ୍ରଧାନ ମନ୍ତ୍ରୀ ଏଚ.ଇ ତୃଟନେବ ସେପ୍ଟେମ୍ବର ୧୯ରେ ଭ୍ଲାଡିଭୋଷ୍ଟୋକରେ ଅନୁଷ୍ଠିତ ହେବାକୁ ଥିବା ୫ତମ ଇଷ୍ଟର୍ଣ୍ଣ ଇକୋନୋମିକ ଫୋରମ ଉପରେ ଅବଗତ କରାଇଥିଲେ ।

Spread the love
Categories
କର୍ପୋରେଟ୍ଦେଶ-ବିଦେଶ

RELATED BY