ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ବିୟୋଗରେ ପଚାଂୟତିରାଜ , ପାନୀୟ ଜଳ , ଆଇନ , ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମନ୍ତ୍ରୀ ଶ୍ରୀ ଜେନା ତାଙ୍କ ଶୋକବାର୍ତାରେ କହିଛନ୍ତି ଯେ ସ୍ୱର୍ଗତ ଦାସ ଜଣେ ଲୋକପ୍ରିୟ ରାଜନେତା , ଦକ୍ଷ ସଂଗଠକ ଥିଲେ । ରାଜ୍ୟର ମନ୍ତ୍ରୀ , ସାଂସଦ ତଥା ବିଧାୟକ ଭାବେ ତାଙ୍କର ଦକ୍ଷତା ପ୍ରତିପାଦନ କରିଥିଲେ । ଜଗତସିଂହପୁର ଅଂଚଳର ବିକାଶ କ୍ଷେତ୍ରରେ ତାଙ୍କର ଅବଦାନ ଉଲ୍ଲେଖନୀୟ । ଦଳିତ ଓ ସମାଜର ଅବହେଳିତ ବର୍ଗର ଲୋକମାନଙ୍କ କଲ୍ୟାଣ ପାଇଁ ସେ ନିଜକୁ ଉତ୍ସର୍ଗ କରିଥିଲେ ।

ମନ୍ତ୍ରୀ ଶ୍ରୀ ଜେନା ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍‌ଗତି ପାଇଁ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।