ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ମହାମାରୀ କୋରୋନା ପାଇଁ ଏହି ପବିତ୍ର ଦିବସ ଫିକା ପଡିଥିବାବେଳେ ଅନ୍ୟପଟେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏକ ନିଆରା ଢ଼ଙ୍ଗରେ ଓଡ଼ିଶାବାସୀଙ୍କୁ ଜଣାଇଛନ୍ତି ଶୁଭେଚ୍ଛା । ଉଭୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟ୍ୱିଟର ସାହାଯ୍ୟରେ ଓଡ଼ିଆ ଭାଷାରେ ଶୁଭେଚ୍ଛା ଜଣାଇଛନ୍ତି ।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟରରେ ଲେଖିଛନ୍ତି ଯେ ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା ।
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha’s constant progress and prosperity in the times to come.
— Narendra Modi (@narendramodi) April 1, 2020
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।