ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯିବେ ତିନି ଠାକୁର । ବଡ଼ଚ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାକୁ ନେଇ ମାଉସୀ ଘରକୁ ଯିବେ କାଳିଆ ଠାକୁର । ଏଥିପାଇଁ ଉଛୁଳି ପଡ଼ୁଛି ଶ୍ରୀକ୍ଷେତ୍ର । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି ।

ରାଷ୍ଟ୍ରପତି ଓଡ଼ିଆ ଭାଷାରେ ଟ୍ୱିଟ୍‌ କରି ସମସ୍ତ ଦେଶବାସୀଙ୍କୁ ଘୋଷ ଯାତ୍ରାର ଅଭିନନ୍ଦନ ଓ ଶୁଭେଚ୍ଛ ଜଣାଇଛନ୍ତି । ଏହା ସହିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆସୁ, ଏହାହିଁ କାମନା କରିଛନ୍ତି ଶ୍ରୀ କୋବିନ୍ଦ ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁସ୍ଥ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୋଦୀ ।