ପୁଣି ବାରାଣସୀ ଆସନରୁ ଜିତିଲେ ମୋଦି

ବାରାଣସୀ: ଯାହା ଆଶା କରାଯାଉଥିଲା ସେଇଆ ହିଁ ହେଲା। ଉତ୍ତର ପ୍ରଦେଶର ବାରାଣସୀରୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୃହତ ୩.୮୫ ଲକ୍ଷ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ତାଙ୍କ ବିରୋଧରେ ସପା-ବିଏସ୍‌ପି ମେଣ୍ଟ ପକ୍ଷରୁ ଶାଳିନୀ ଯାଦବଙ୍କୁ ପ୍ରାର୍ଥୀ କରାଯାଇଥିଲା।