ଅକ୍ଷୟ ତୃତୀୟାରେ ଓଡ଼ିଶାବାସୀଙ୍କୁ ପ୍ରଧାମନ୍ତ୍ରୀଙ୍କ ଶୁଭେଚ୍ଛା

ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ସେ ଏ ନେଇ ପୋଷ୍ଟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଦେଶର ସମସ୍ତ ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଆହୁରି ଲେଖିଛନ୍ତି ଯେ, ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ । ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା ବୋଲି ସେ କହିଛନ୍ତି।