ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଏନେଇ ସ୍ବତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବା ବେଳେ ଆଜି ଆଉ ଚାରିଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ।

ଅନ୍ୟ ୧୭ ଜଣଙ୍କର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା ଜାରି ରହିଛି । ମେ ୨୯ ତାରିଖ ରାତିରେ ପୁରୀରେ ନରେନ୍ଦ୍ର ପୁଷ୍କରିଣୀ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟିଥିଲା । ବାଣର ନିଆଁ ଝୁଲ ବାଣ ଗଦା ଉପରେ ପଡ଼ିବାରୁ ସେଥିରେ ହଠାତ ବିସ୍ଫୋରଣ ହୋଇଥିଲା । ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଥିଲେ । ଗୁରୁତର ମାନଙ୍କୁ କଟକ ଓ ଭୁବନେଶ୍ବରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।