ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ନେତା, ମନ୍ତ୍ରୀ ବି କରୋନାରେ ଆକ୍ରାନ୍ତ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସୂଚନା ମିଳିଛି । ସେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଟ୍ୱିଟ ଯୋଗେଁ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ , ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।