ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିରେ ପରେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ ଭେଟିଲେ ସେବାୟତ

ପ୍ରକଳ୍ପ କାର୍ଯ୍ୟ କିଭଳି ଦ୍ରୁତ ଗତିରେ ଆଗେଇ ଚାଲିବ ସେନେଇ ମୁଖ୍ୟମନ୍ତ୍ରୀଙ୍କ ସହ କଲେ ଆଲୋଚନା

ଭୁବନେଶ୍ୱର : ପରିକ୍ରମା ପ୍ରକଳ୍ପ ବିରୋଧରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଦୁଇଟି ଯାକ ଆବେଦନ ଖାରଜ ହେବା ପରେ ଶ୍ରୀ ମନ୍ଦିର ସେବାୟତମାନେ ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ୫୦ ରୁ ଉର୍ଦ୍ଧ୍ୱ ସେବାୟତ ପୁରୀରୁ ଆସି ଭୁବନେଶ୍ୱର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନଙ୍କୁ ଭେଟି ମହାପ୍ରଭୁଙ୍କ ପାଟବସ୍ତ୍ର ଦେଇ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗ୍ରୀନ ସିଗନାଲ ମିଳିବା ପରେ ସମସ୍ତ ସେବାୟତ ବେଶ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଛି । ତେବେ ଏହି ପ୍ରକଳ୍ପ କାର୍ଯ୍ୟ କିଭଳି ଦ୍ରୁତ ଗତିରେ ଆଗେଇ ଚାଲିବ ସେନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ସେବାୟତ । ଏହାଛଡ଼ା ଆଗକୁ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ଏହାର ପ୍ରସ୍ତୁତି ନେଇ ମଧ୍ୟ ଆଲୋଚନା ହୋଇଛି । ଆଲୋଚନା ପରେ ସେବାୟତ ମାନେ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବଙ୍କ ସହ ଫଟୋ ଉଠାଇଥିଲେ ।