ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସହ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା,ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଜିଲା ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ ଦିଆଯାଇଛି। ଏହାସହ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ତାପମାତ୍ରା ୧ରୁ ୨ ଡ଼ିଗ୍ରୀ ଯାଏଁ ବଢିବାର ସମ୍ଭାବନା ମଧ୍ୟ ରହିଛି।