୪୮ ଘଣ୍ଟା ମଧ୍ୟରେ ହୋଇପାରେ ବର୍ଷା

ଭୁବନେଶ୍ୱର: ଟ୍ରାପ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏହାସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏପରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।