ବର୍ଷା ଓ ବାତ୍ୟା ଆଶଙ୍କା

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟବ୍ୟାପୀ ବର୍ଷା ଓ ବାତ୍ୟା ହେବାର ସମ୍ଭାବନା ରହିଛି ବୋଲି ପାରାଦୀପ ବନ୍ଦର ସାମୁଦ୍ରିକ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାରାଦୀପ ବନ୍ଦର ସାମୁଦ୍ରିକ ବିଭାଗ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । କେବେଳ ଆଗାମୀ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେବ ଓ ପାଗ କୋହଲା ରହିବ ବୋଲି କୁହାଯାଇଛି । ୨୬ ତାରିଖରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।