ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଜେଡିୟୁ ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ଜେଡିୟୁ  ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ବିଜେଡି ସମର୍ଥନ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ସେପ୍ଟେମ୍ବର ୧୦ରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଫୋନ୍ ଯୋଗେ କଥା ହୋଇଥିଲେ। ଆଜି ପୁଣି ଥରେ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ।

ସୂଚନାଥାଉ କି, ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ଏନଡିଏ ପକ୍ଷରୁ ଜେଡିୟୁର ହରିବଂଶ ପ୍ରାର୍ଥୀ ହୋଇଥିବା ବେଳେ ୟୁପିଏ ପକ୍ଷରୁ ଜେଡିୟୁର ମନୋଜ ଝା ପ୍ରାର୍ଥୀ ହୋଇଛନ୍ତି। ଗତଥର ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ହରିବଂଶଙ୍କ ପ୍ରାର୍ଥିତ୍ୱକୁ ବିଜେଡି ସମର୍ଥନ କରିଥିଲା।