ନବୀନଙ୍କ ପଂଚମ ଇନିଂସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ । ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ନବୀନଙ୍କ ପଂଚମ ଇନିଂସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

ଶପଥ ପାଠ ପରେ ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ରାମନାଥ୍ କୋବିନ୍ଦ । ରାଜ୍ୟର ବିକାଶ ପାଇଁ ନବୀନଙ୍କ ଟିମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶପଥର ଗ୍ରହଣ ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ଓ ତାଙ୍କ ନୂଆ ଟିମକୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାରେ ବିକାଶ ପାଇଁ କେନ୍ଦ୍ରର ସହଯୋଗ ରହିବ ବୋଲି ଆଶ୍ୱାସନା ଦେଇଛନ୍ତି ।