ଆରପାରିରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଚାଲିଗଲେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।