ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି। ଖଣି ଓ ଇସ୍ପାତ ବିଭାଗରେ ଅତିରିକ୍ତ ମୁଖ୍ୟ ସଚିବ ଥିବା ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର ବିଭାଗକୁ ବଦଳି କରାଯାଇଛି। ସେହିପରି ଶ୍ରମ ଓ ଇସଆଇ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗଙ୍କୁ ଜଳ ସମ୍ପଦ ବିଭାଗ ସଚିବକୁ ବଦଳି କରାଯାଇଥିବା ବେଳେ ମହିଳା ଶୁଶୁ ବିକାଶ ଓ ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ବ ମଧ୍ୟ ଦିଆଯାଇଛି। ଏମଏସଏମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି । ସୁରେନ୍ଦ୍ରକୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗ ସଚିବ ରୂପେ ବଦଳି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ସଚିବ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇସଆଇ ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି।