ସଡ଼କ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଂଟିନ୍ ଛକରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଜଣେ ଯୁବକଙ୍କ ଉପରେ ଏକ ଘରୋଇ ବସ୍ ଚଢ଼ିଯାଇଛି । ଘଟଣାସ୍ଥଳରେ ଯୁବକଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତେଜନା ପ୍ରକାଶ ପାଇଛି । ଉତ୍ୟକ୍ତ ଲୋକେ ବସ୍ଟିକୁ ଭଙ୍ଗାରୁଜା କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଛି ଓ ଘଟଣାର ତଦନ୍ତ କରୁଛି ।