ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନି କ୍ଷତିଗ୍ରସ୍ତ ଅଂଚଳର ପୁନରୁଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ୫କୋଟି ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କର ଅଧ୍ୟକ୍ଷ ଶ୍ରୀ ଅକ୍ଷୟ କୁମାର ମହାନ୍ତି ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଚେକ୍ ପ୍ରଦାନ କରିଥିଲେ । ଚେକ୍ ପ୍ରଦାନ ସମୟରେ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ ମହାପାତ୍ର, ସମବାୟ ସଚିବ ଶ୍ରୀ ଭି.ଭି ଯାଦବ ଓ ଓଡ଼ିଶା ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେବେନ୍ଦ୍ର କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ ରାଜ୍ୟ ସମବାୟ ବ୍ୟାଙ୍କର କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।