ମା’ ସମଲେଶ୍ୱରୀ ମନ୍ଦିରର ବିକାଶ ଓ ହୀରାକୁଦକୁ ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର କରିବା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମା’ ସମଲେଶ୍ୱରୀ ମନ୍ଦିର ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଗସ୍ତରେ ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ମା’ ସମଲେଶ୍ୱରୀଙ୍କ ମନ୍ଦିରର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ ଏବଂ ଖୁବ୍ ଶୀଘ୍ର ଏଥିପାଇଁ ଏକ ଟିମ୍ ପଠାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି ହୀରାକୁଦରେ ପର୍ଯ୍ୟଟନର ବିକାଶ ପାଇଁ ୱାଟର ସ୍ପୋର୍ଟସ ଗାର୍ଡନ, କନଭେନସନ୍ ସେଂଟର ଇତ୍ୟାଦିର ବିକାଶ କରାଯାଇ ହୀରାକୁଦକୁ ଏକ ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।