ଆଜି ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲା ପ୍ରଶାସନ

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଆଜି ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି। ପୂର୍ବରୁ କେବଳ ଆସନ୍ତାକାଲି ପାଇଁ ଯାଜପୁର ଜିଲ୍ଲା ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଥିଲା।

ସୂଚନାଯୋଗ୍ୟ,  ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ରକୁ ଦୁଇ ଦିନ ଯାଏ ଛୁଟି ଘୋଷଣା କରାଯାଇଛି।

ଅନ୍ୟପକ୍ଷରେ ‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର, ଉତ୍ତରପୂର୍ବ ଦିଗକୁ ଗତି କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୦ ତାରିଖରେ ‘ବୁଲ୍‌ବୁଲ୍‌’  ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଅନୁମାନ କରଯାଉଛି।