୮ରୁ ଖୋଲିବ ସ୍କୁଲ : ମଇ ୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା
୧୦୦ ଦିନ ପାଇଁ ହେବ ୧୦ମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର : ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ। ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛି ।
ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରି ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରି ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ। ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଟିକାଲ୍ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବା ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବା ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛିା ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ।
schools to open from 8th january in odisha