ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ...

ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା ।

ରଣଜିତ ଗୁରୁ ରାଜ୍ୟର ଜଣେ ଦକ୍ଷ ସାମ୍ବାଦିକ ଭାବେ ଜଣାଶୁଣା । ଓଡିଶା ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅନେକ ଗୁରୁତ୍ୱ ରହିଛି । ରାଜନୈତିକ ବିଷାରଦ ଭାବେ ସେ ବିଭିନ୍ନ ସମୟରେ ଟିଭି ଡିବେଟରେ ମଧ୍ୟ ସେ ଅଂଶଗ୍ରହଣ କରିଛନ୍ତି ।

ଗତ ୧ ତାରିଖରେ ସେ ତାଙ୍କ ପୈତୃକ ଗ୍ରାମ ବରଗଡର ମହଖଣ୍ଡରୁ ଫେରିବା ପରେ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କୁ ରାଜଧାନୀର ଏକ ଘରୋଇ ମେଡିକାଲରେ ଭର୍ତି କରାଯାଇଥିଲା । ସେ ସଂକ୍ରମଣଜନିତ ଜ୍ୱରରେ ପୀଡିତ ଥିବା ଜଣାପଡିଥିଲା । ଏହାପରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ସେ ଗତକାଲି ମଧ୍ୟ ରାତ୍ରରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପତ୍ନୀ, ଭାଇ, ଭଉଣୀ ଓ ପରିବାର ଲୋକେ ଉପସ୍ଥିତ ଥିଲେ । ଖବର ଶୁଣିବା ପରେ ଅନେକ ବରିଷ୍ଠ ସାମ୍ବାଦିକ ଓ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କୁ ଶେଷ ଦର୍ଶନ କରିଛନ୍ତି ।  ତେବେ ରଣଜିତଙ୍କ ବିୟୋଗ ସାମ୍ବାଦିକ ମହଲକୁ ଏକ ପ୍ରକାର ସ୍ତବ୍ଧ କରିଦେଇଛି ।

Spread the love
Categories
ଓଡିଶା

RELATED BY

  • ସ୍କୁଲ ଯିବନି ଜଗା, ମୁଣ୍ଡରେ ହେବ ଖପୁରୀ ପ୍ରତିରୋପଣ: ମନ୍ତ୍ରୀ

    କଟକ: ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲରେ ଚିକିତ୍ସାଧୀନ ଥିବା ଜଗାର ଖପୁରୀ ପ୍ରତ୍ୟାରୋପଣ ହେବ। ତେଣୁ ବର୍ତ୍ତମାନ ସ୍ଥିତିରେ ଜଗା ସ୍କୁଲ ଯାଇପାରିବ ନାହିଁ। ଖପୁରି ପ୍ରତିରୋପଣ ପରେ ସେ ସ୍କୁଲ ଯିବା ସମ୍ଭବ ହୋଇପାରିବ। କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଅଂଚଳର...
  • ଓଡ଼ିଶାରେ ନକଲି ସାମ୍ପୁ

    ବଲାଙ୍ଗୀର: ଘରେ ଘରେ ପରିଚିତ କ୍ଲିନିକ ପ୍ଲସ ସାମ୍ପୁର ନକଲି ଏବେ ବଜାରରେ ଦେଖିବାକୁ ମିଳିଛି | କିଛି ଏଭଳି ଅଭିଯୋଗ ବଲାଙ୍ଗୀରର କଣ୍ଟାବାଞ୍ଜିରୁ ଆସିଛି | ବଜାରରେ ପ୍ୟାକେଟ୍ ପ୍ୟାକେଟ୍ ନକଲି ସାମ୍ପୁ ବିକ୍ରି ହେଉଥିବାବେଳେ ଏବେ ଏହାର...
  • ମଙ୍ଗୁମଠକୁ ନ ଭାଙ୍ଗିବାକୁ ନବୀନଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

    ପୁରୀ:ପୁରୀର ବହୁ ପୁରାତନ ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ନବୀନଙ୍କୁ ଏକ ଟ୍ୱିଟ୍‌ କରି କ୍ୟାପଟେନ ଅମରିନ୍ଦର ସିଂହ କହିଛନ୍ତି ଯେ, ଏହି ମଠ ଗୁରୁ ନାନକଙ୍କ...
  • ନନ୍ଦନକାନନରେ ଅସୁସ୍ଥ ଦନ୍ତାହାତୀ ଚନ୍ଦନ ମୃତ

    ବାରଙ୍ଗ: ଶନିବାର ରାତିରେ ସ୍ଥାନୀୟ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀଶାଳରେ ରହୁଥିବା ଅସୁସ୍ଥ ଦନ୍ତାହାତୀ ଚନ୍ଦନର ମୃତ୍ୟୁ ଘଟିଛି । ଅସୁସ୍ଥ ହୋଇପଡ଼ିଥିବା ଚନ୍ଦନକୁ ଆସାମ ଷ୍ଟେଟ୍‌ ଓ ସେଣ୍ଟର୍‌ ଫର୍‌ ଓ୍ଵାଇଲ୍‌ଡ୍‌ ଲାଇଫ୍‌ ହେଲ୍‌ଥ୍‌ ଓଡ଼ିଶାର ପ୍ରବୀଣ ପଶୁଚିକିତ୍ସକମାନଙ୍କ...