୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣଦର୍ଶାଅ ନୋଟିସ। ସମୀର ଦାଶ, ସୀମାରାଣୀ ନାୟକ, ରମେଶ ସାଏ ଓ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ କରାଯାଇଛି। ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି। କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି।ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ ।