ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍

ଭୁବନେଶ୍ୱର:ଏଣିକି କେବଳ ଗରିବ ପରିବାରର ନୁହେଁ, ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍।  ସବୁ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ପ୍ରଦାନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।  ପୂର୍ବରୁ କେବଳ ବିପିଏଲ୍ ପରିବାରର ପିଲାଙ୍କୁ ଜୋତା ଓ ଡ୍ରେସ୍ ମିଳୁଥିଲା। ହେଲେ ଏଣିକି ସବୁ ସରକାରୀ ସ୍କୁଲ୍ ପିଲାଙ୍କୁ ଜୋତା ଓ ଡ୍ରେସ୍ ସହ ପରିଚୟପତ୍ର ମଧ୍ୟ ମିଳିବ ବୋଲି କହିଛନ୍ତି ଗଣଶିକ୍ଷାମନ୍ତ୍ରୀ।