ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)

ଭୁବନେଶ୍ବର  : ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ । ସୋଆ ଭାବେ ପରିଚିତ ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଅନେକ ଛାତ୍ରଛାତ୍ରୀ ଏବେ ପୃଥିବୀରେ ବିଭିନ୍ନ କ୍ଷେତ୍ରରେ ବେଶ ପ୍ରତିଷ୍ଠିତ । ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ ପ୍ରମାଣିତ କରି ସୋଆ ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିପାରିଛି ।
୨୦୦୭ ମସିହା ଜୁଲାଇ ୧୭ ତାରିଖରେ ୟୁଜିସି ଆକ୍ଟ , ୧୯୫୬ର ସେକ୍ସନ୍ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିଲେ । ବର୍ତମାନ ଦେଶ ତଥା ବିଦେଶରୁ ୧୨୦୦୦ ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ନିଜ ଭବିଷ୍ୟତ ଗଢ଼ିବା ପାଇଁ ସୋଆରେ ଶିକ୍ଷା ଗ୍ରହଣ କରୁଛନ୍ତି ।
ମାତ୍ର ୧୪ ବର୍ଷର ଏହି ବିଶ୍ୱବିଦ୍ୟାଳୟ ସଫଳତାର ଶିଢ଼ି ଚଢ଼ିଚାଲିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ନ୍ୟାସନାଲ୍ଇ ନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ବିଗତ ୫ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ କ୍ରମାଗତ ଭାବେ ନିଜର ସ୍ଥାନ ବଜାୟ ରଖିଛି ।
ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ ୨୦୨୨ରେ ସୋଆ ବିଶ୍ୱ ସ୍ତରରେ ୮୦୧-୧୦୦୦ ବ୍ରାକେଟ୍ ମଧ୍ୟରେ ସ୍ଥାନ ହାସଲ କରିଥିବା ବେଳେ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍ ୨୦୨୧ରେ ୩୫୧ ରୁ ୪୦୦ ବ୍ରାକେଟ୍ ମଧ୍ୟରେ ସ୍ଥାନୀତ ହୋଇଛି । ସେହିପରି ୨୦୨୦ରେ ଉଚ୍ଚକୋଟୀର ପାରଦର୍ଶିତା ନିମନ୍ତେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ଡାଏମଣ୍ଡ ୟୁନିଭର୍ସିଟି ରେଟିଙ୍ଗ୍ ହାସଲ କରିଛି ସୋଆ । ପୂର୍ବ ଭାରତର ଏକ ମାତ୍ର ଶିକ୍ଷାନୁଷ୍ଠାନ ଭାବେ କୋଭିଡ୍ ୧୯ ଲକ୍‌ଡାଉନ୍ ସମୟରେ
ଅନ୍‌ଲାଇନ୍ ଶିକ୍ଷା ପ୍ରଦାନ ଓ ପାଠ୍ୟକ୍ରମ ପରିଚାଳନା ନିମନ୍ତେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଇ-ଲିଡ୍ ସମ୍ମାନ ମିଳିଛି ।
ସେହିପରି ଟାଇମ୍‌ସ ହାୟର୍ ଏଜୁକେସନ୍ (ଟିଏଚ୍‌ଇ) ୱାର୍ଲ୍ଡ ର‌୍ୟାଙ୍କିଙ୍ଗ୍ ୨୦୨୧ରେ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗ କ୍ଷେତ୍ରରେ ୧୦୦୧ ପ୍ଲସ୍ କ୍ୟାଟେଗୋରିରେ ସୋଆ ସ୍ଥାନ ପାଇଥିବା ବେଳେ ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି ଓ କମ୍ପ୍ୟୁଟର ସାଇନ୍ସ କ୍ଷେତ୍ରରେ ୬୦୧ ରୁ ୮୦୦ ବ୍ରାକେଟ୍‌ରେ ସ୍ଥାନ ପାଇପାରିଛି । ସେହିପରି ହେଲ୍‌ଥ ସାଇନ୍‌ସେସ୍ କ୍ୟାଟେଗୋରିରେ ସୋଆ ୬୦୧ ପ୍ଲସ୍ ର‌୍ୟାଙ୍କରେ ରହିଥିବା ବେଳେ ଟିଏଚ୍‌ଇ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ସ ୨୦୨୧ରେ ୪୦୧ ପ୍ଲସ୍ ବ୍ରାକେଟରେ
ସ୍ଥାନ ପାଇଛି । ସେହିପରି ଟିଏଚ୍‌ଇ ଏମିର୍ଜିଂ ଇକୋନୋମିଜ୍ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ସ ୨୦୨୧ ରେ ୫୦୦ ପ୍ଲସ୍‌ କ୍ୟାଟେଗୋରିରେ ସ୍ଥାନିତ ହୋଇଛି ସୋଆ ।
ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିସନ୍ କାଉନ୍‌ସିଲ୍ (ନାକ୍‌) ସୋଆକୁ ଉନ୍ନତମାନର ଗୁଣାତ୍ମକ ଓ ଶୈକ୍ଷିକ କାର୍ଯ୍ୟଧାରା ନିମନ୍ତେ ‘ଏ’ ଗ୍ରେଡ୍‌ରେ ରିଆକ୍ରେଡିଟେଡ୍ କରିଛି । ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ସୋଆର ୧୧ ଜଣ ଗବେଷକ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ସମ୍ମାନଜନକ ବିଶ୍ୱର ଶ୍ରେଷ୍ଠ ଦୁଇ ପ୍ରତିଶତ ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଛନ୍ତି । ସୋଆରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ମ୍ୟାନେଜମେଂଟ, ମେଡିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ୍‌, ନର୍ସିଂ, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ବାୟୋଟେକ୍ନୋଲୋଜି, ହସ୍ପିଟାଲ ମ୍ୟାନେଜମେଂଟ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ, ଲ ଏବଂ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ କ୍ଷେତ୍ରରେ ୨୪ଟି ଅଣ୍ଡର ଗ୍ରାଜୁଏଟ୍ ,୬୭ ପୋଷ୍ଟ ଗ୍ରାଜୁଏଟ୍‌, ୧୫ ପୋଷ୍ଟ ମାଷ୍ଟର୍ସ,
ପିଏଚ୍‌ଡି ଏବଂ ପୋଷ୍ଟ ଡକ୍ଟରାଲ୍ ପାଠ୍ୟକ୍ରମ ଉପଲବ୍ଧ ।
ପ୍ରତ୍ୟେକ ବର୍ଷ ସୋଆର ଛାତ୍ରଛାତ୍ରୀମାନେ ଉଚ୍ଚକୋଟୀର ନିଯୁକ୍ତି ସୁଯୋଗ ପାଉଛନ୍ତି । କୋଭିଡ୍ ମହାମାରୀ ସତ୍ୱେ ୨୦୨୧ରେ ଗ୍ରାଜୁଏଟ୍ ହେଉଥିବା ସୋଆର ୯୧ ପ୍ରତିଶତ ଇଞ୍ଜିନିୟରିଂ ଛାତ୍ରଛାତ୍ରୀମାନେ ମାଇକ୍ରୋସଫ୍‌ଟ, ଆମାଜନ୍‌, ଫିନାଷ୍ଟ୍ରା, ରବର୍ଟ ବୋସ, ଡେଲ୍‌, ପିଡବ୍ଲୁସି, କ୍ଲାଉଡ୍‌ଗିନ଼୍ ଡିଲଏଟ୍‌, ଇନ୍‌ଫର୍ମାଟିକା, ଟେମେନୋସ୍‌, ମ୍ୟାକ୍ ସଫ୍ଟୱେର, ଏନ୍‌ପିସିଆଇ, ସେଲ୍‌ସଫୋର୍ସ ଓ ରାପ୍ୟୁଟା ରୋବୋଟିକ୍ସ ଭଳି କମ୍ପାନୀରେ ଉଚ୍ଚକୋଟୀର ନିଯୁକ୍ତି ସୁଯୋଗ ପାଇଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ଏକରୁ ଅଧିକ କମ୍ପାନୀରେ ଚାକିରୀ ସୁଯୋଗ ପାଇଥିବା ବେଳେ ପ୍ରାୟ ୯୦ଟି କମ୍ପାନୀ ଏହି ରିକ୍ରୁଟମେଂଟ ନିମନ୍ତେ ସୋଆ କ୍ୟାମ୍ପସ୍‌କୁ ଆସିଥିଲେ ।
ଗବେଷଣାକୁ ଅଧିକ ଗୁରୁତ୍ୱ ଦେଉଥିବା ଏହି ବିଶ୍ୱବିଦ୍ୟାଳୟ ନିକଟରେ ୭୭୩୪ ସ୍କୋପସ୍ ଇଣ୍ଡେକ୍ସ ପ୍ରକାଶନ ରହିଥିବା ବେଳେ ଏହାର ଏଚ୍‌-ଇଣ୍ଡେକ୍ସ ୭୦ ରହିଛି ।
ବିଶ୍ୱବିଦ୍ୟାଳୟର ଫାକଲ୍ଟି ଅଫ୍ ମେଡିସିନ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଓ ସମ୍ ହସ୍ପିଟାଲ୍ ଏକ ୧୬୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଯାହା ପୂର୍ବ ଭାରତରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଏକ ପ୍ରମୁଖ କେନ୍ଦ୍ର ପାଲଟିଛି । ରୋଗୀମାନେ ଏଠାରେ ସୁଲଭ ମୂଲ୍ୟରେ ଉତମ ଚିକିତ୍ସା ପାଇପାରୁଛନ୍ତି ।
ଗତବର୍ଷ କୋଭିଡ ମହାମାରୀର ପ୍ରଥମ ଲହରୀ ରାଜ୍ୟକୁ ଆକ୍ରାନ୍ତ କରିବା ସମୟରେ ସୋଆ ଏହି ଭୟଙ୍କର ପରିସ୍ଥିତିର ମୁକାବିଲା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଏହା ସରକାରଙ୍କ ସହଯୋଗିତାରେ ଓଡ଼ିଶାରେ ୨୩୪୧ଟି ଶଯ୍ୟା ବିଶିଷ୍ଟ ୪ ଟି କୋଭିଡ ହସ୍ପିଟାଲ୍ ତଥା ୨ଟି କୋଭିଡ କେୟାର ସେଂଟରର ପରିଚାଳନା କରି ଏହି ରୋଗରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିକିତ୍ସା କରିବାରେ ସଫଳ ହୋଇଥିଲା । ଏହି କୋଭିଡ ହସ୍ପଟାଲ୍ ଗୁଡ଼ିକ ଭୁବନେଶ୍ୱର, ତାଳଚେର, କେନ୍ଦ୍ରାପଡା ଓ ଚାନ୍ଦପୁର ଠାରେ ସ୍ଥାପିତ ହୋଇଥିବା ବେଳେ କୋଭିଡ କେୟାର ସେଂଟର ଗୁଡ଼ିକ ଜଟଣୀ ଓ ଜାମୁଝରି ଠାରେ ସ୍ଥାପିତ ହୋଇଥିଲା ।
ସେହିପରି ଚଳିତ ବର୍ଷ ରାଜ୍ୟ ମହାମାରୀର ଦ୍ୱିତୀୟ ଲହରୀର ସମ୍ମୁଖୀନ ହୋଇଥିବା ବେଳେ ସୋଆ ପକ୍ଷରୁ ସରକାରଙ୍କ ସହାୟତାରେ ଭୁବନେଶ୍ୱର, କେନ୍ଦ୍ରାପଡା, ତାଳଚେର, ଚାନ୍ଦପୁର ଓ ପୁରୀ ଠାରେ ୨୨୦୦ ରୁ ଅଧିକ ଶଯ୍ୟା ବିଶିଷ୍ଟ ୫ଟି ଡାକ୍ତରଖାନା ଓ ଜଟଣୀ ଠାରେ ଏକ କୋଭିଡ କେୟାର ସେଂଟର ପରିଚାଳନା କରାଯାଉଛି । ଏଥିରେ ଆଇଏମ୍‌ଏସ୍ ଓ ସମ୍‌ ହସ୍ପିଟାଲ୍‌ର ୫୦୦ ଡାକ୍ତରଙ୍କ ସହ ଅସଂଖ୍ୟ ନର୍ସ ଓ ସ୍ୱାସ୍ଥ୍ୟ କର୍ମୀ ନିୟୋଜିତ ହୋଇଛନ୍ତି ।